
ଭୁବନେଶ୍ୱର, ୨୧ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୩ ତାରିଖ ସକାଳ ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଦେବଗଡ଼, କୋରାପୁଟ, କନ୍ଧମାଳ ଏବଂ କଳହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ