ବିପୁଳ ପରିମାଣର ଦେଶୀ ମଦ ସହିତ ଗୋଟିଏ ମାରୁତି ସୁଜୁକି ଇକୋ କାର ଜବତ, ୧ ଗିରଫ
ଭଦ୍ରକ, ୨୧ ଡିସେମ୍ବର (ହି.ସ.) - ଭଦ୍ରକ ଅବକାରୀ ଅଧିକ୍ଷକ ନରୋତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ନିରୀକ୍ଷକ ଶ୍ରୀମତୀ ମମତା କୁମାରୀ ଦାସ ଏବଂ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର
bhadrak abakari bibhaga


ଭଦ୍ରକ, ୨୧ ଡିସେମ୍ବର (ହି.ସ.) - ଭଦ୍ରକ ଅବକାରୀ ଅଧିକ୍ଷକ ନରୋତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ନିରୀକ୍ଷକ ଶ୍ରୀମତୀ ମମତା କୁମାରୀ ଦାସ ଏବଂ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଟାଉନ ଥାନା ଅଧିନସ୍ଥ ଆରଡ଼ି ଛକ ଠାରେ ଚଢ଼ଉ କରାଯାଇ ୭୦୦ ଲିଟର ଦେଶୀ ମଦ ସହିତ ଗୋଟିଏ ମାରୁତି ସୁଜୁକି ଇକୋ କାର ଗାଡି ଜବତ କରାଯାଇଛି। ଏହି ଚୋରା ମଦ କାରବାରରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଜବତ ମଦ ଓ ଗାଡିର ଆନୁମାନିକ ମୂଲ୍ୟ ସାତ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି କ୍ଷ ଉକ୍ତ ଚଢ଼ାଉରେ ଏ.ଏସ୍‌.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲେଇ, ଜେମାମଣୀ ଜାମୁଦା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande