ପୁଇଁନ୍ତଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ
ବଲାଙ୍ଗିର, ୨୨ ଡିସେମ୍ବର (ହି.ସ.)- ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପୁଇଁନ୍ତଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ
ପୁଇଁନ୍ତଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ


ପୁଇଁନ୍ତଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ


ବଲାଙ୍ଗିର, ୨୨ ଡିସେମ୍ବର (ହି.ସ.)- ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପୁଇଁନ୍ତଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଉପ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକଙ୍କୁ ସମୁଦାୟ ୨୬ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୨୧ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଟ ୫ ଗୋଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୩ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।

ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗିର ଉପ ଜିଲ୍ଲାପାଳ, ଆଲୋକ କୁମାର ପଟେଲ ତଥା ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande