୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍‌ଘାଟିତ
ଖୋର୍ଦ୍ଧା, ୨୩ ଡିସେମ୍ବର (ହି.ସ.)- ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡସ୍ଥିତ ରାଜ୍ୟ ତାଲିମ କେନ୍ଦ୍ର୍ର ପରିସରରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ବିଭିନ
Scout


ଜମ୍ବୋରେଟ


ଖୋର୍ଦ୍ଧା, ୨୩ ଡିସେମ୍ବର (ହି.ସ.)- ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡସ୍ଥିତ ରାଜ୍ୟ ତାଲିମ କେନ୍ଦ୍ର୍ର ପରିସରରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ବିଭିନ୍ନ ଜିଲ୍ଲାରୁ ୨୫୨୦ ଜଣ ସ୍କାଉଟ, ଗାଇଡ୍ ଏହି ଜାମ୍ବୋରେଟ୍‌ରେ ଯୋଗଦାନ କରିଛନ୍ତି । ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳିପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଉଦ୍‌ଘାଟକ ଭାବେ ଲେପ୍ଟନାଣ୍ଟ କର୍ଣ୍ଣେଲ୍ ଜସ୍ମିନ୍ ମିଶ୍ର ପ୍ରଦୀପ ପ୍ରଜ୍ୱଳନ କରି ଉକ୍ତ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଓମ୍ ପ୍ରିୟଦର୍ଶୀ ଛୋଟରାୟ, ଓଡ଼ିଶା ରାଜ୍ୟ ଭାରତ ସ୍କାଉଟସ୍ ଓ ଗାଇଡ଼ସ୍‌ର କାଉନ୍‌ସିଲ୍ ସଦସ୍ୟ ଉକ୍ତ ଉଦ୍‌ଘାଟନୀ ଉତ୍ସବରେ ଉପସ୍ଥିତ ଥିଲେ । ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ର ଅତିଥିମାନଙ୍କୁ ସ୍ୱାଗତ କରିବାକୁ ଯାଇ ଜାମ୍ବୋରେଟ୍‌ର ଉଦ୍ଦେଶ୍ୟ ତଥା ରାଜ୍ୟ ସଂଗଠନର ବର୍ଷ ବ୍ୟାପୀ ବିଭିନ୍ନ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି କର୍ଣ୍ଣେଲ ମିଶ୍ର ରାଜ୍ୟ ସଂଗଠନର ଏଭଳି ଏକ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନରେ ସନ୍ତୋଷପ୍ରକଟ କରିବା ସହିତ ସ୍କାଉଟ ଓ ଗାଇଡ୍ ସଂଗଠନ ପ୍ରତ୍ୟେକ କ୍ଷେତ୍ରରେ ସର୍ବଦା ଉଲ୍ଲେଖନୀୟ କାର୍ଯ୍ୟ ସଂପାଦନ କରିଆସିଛି ବୋଲି ଅଭିହିତ କରିଥିଲେ । ରାଜ୍ୟ ସଂଗଠନ ଦ୍ୱାରା ଆୟୋଜିତ ଉକ୍ତ ଜାମ୍ବୋରେଟ୍ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରି ପାରସ୍ପରିକ ସ୍ନେହ ଓ ବନ୍ଧୁତା ସ୍ଥାପନ ପୂର୍ବକ ସମାଜରେ ଭାଇଚାରାର ଭାବ ଉଦ୍ରେକ କରିବା ପାଇଁ ପ୍ରେରଣାଦାୟକ ହେବ ବୋଲି ମୁଖ୍ୟ ଅତିଥି କର୍ଣ୍ଣେଲ ମିଶ୍ର ମତବ୍ୟକ୍ତ କରିଥିଲେ । ପ୍ରତ୍ୟେକ କାର୍ଯ୍ୟରେ ଓଡିଶା ସଂଗଠନ ସବୁବେଳେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବାରୁ ସାଧୁବାଦ ଜଣାଇଥିଲେ ।

ରାଜ୍ୟ ସଂଗଠନ କମିଶନର ତଥା ଆଡମିନିଷ୍ଟ୍ରେଟିଭ୍ ଅଫିସର ଅନାମିକା ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ ଶରତ ଚନ୍ଦ୍ର ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସ୍କାଉଟ ଓ ଗାଇଡ୍‌ମାନଙ୍କ ଦ୍ୱାରା ଆକର୍ଷଣୀୟ ସଂହତି ନୃତ୍ୟ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲା । ଏହି ଶିବିର ଯୁଗ୍ମ ସଂପାଦକ ମିହିର ରଂଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଏବଂ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହଯୋଗରେ ଚାଲୁଅଛି ।

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande