ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ :  ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା
ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, କନ୍ଧମାଳ । ଏହାର ପରବର୍ତୀ ଦୁଇ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (ସୁନ୍ଦରଗଡ଼, କୋରାପୁଟ )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande