ଗଡପଦର ଜଙ୍ଗଲରେ ଅବକାରି ଚଢଉ
ଜୟପୁର, ୨୩ ଡିସେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ଗଡପଦର ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସ
ଗଡପଦର  ଜଙ୍ଗଲରେ  ଅବକାରି ଚଢାଉ


ଜୟପୁର, ୨୩ ଡିସେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ଗଡପଦର ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨୩ ଶହ ଲିଟର ପୋଚ ଓ ୧୮୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande