ଜାତୀୟ ଭୋଟର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ)- ଜାନୁଆରୀ ୨୫ ତାରିଖରେ ପାଳନ କରାଯିବାକୁ ଥିବା ଜାତୀୟ ଭୋଟର ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପାଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜାନୁଆରୀ ୨୫ ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଏବଂ କଲେଜ ଛା
ହରବ୯ଦ


ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ)- ଜାନୁଆରୀ ୨୫ ତାରିଖରେ ପାଳନ କରାଯିବାକୁ ଥିବା ଜାତୀୟ ଭୋଟର ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପାଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଜାନୁଆରୀ ୨୫ ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଏବଂ କଲେଜ ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ରାଲି କ୍ୟାପିଟାଲ ହାଇସ୍କୁଲ ଠାରୁ ସଚିବାଳୟର ସମ୍ମିଳନୀ କକ୍ଷ ପର୍ଯ୍ୟନ୍ତ କରାଯିବାକୁ ନିଷ୍ପତି ନିଆ ଯାଇଥିବା ବେଳେ ଦୂଲଦୁଲି, ଘୁମୁରା ନାଚ ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ମାନ କରାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଛି। ସେହିପରି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶପଥ ପାଠ ଓ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିବା ନିମନ୍ତେ ମଧ୍ୟ ନିଷ୍ପତି ନିଆଯାଇଛି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ସ୍ୱତନ୍ତ୍ର ଶାସନ ସଚିବ ସୁଶାନ୍ତ କୁମାର ମିଶ୍ର, ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ସାହୁ, ଭୁବନେଶ୍ୱର ଉପ ଜିଲ୍ଲାପାଳ ଡ଼. ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande