ଆଗାମୀ ୫ ଦିନ ମଧ୍ୟରେ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା : ଆଗାମୀ ୨୪ ଘଂଟା ମଧ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ଆସନ୍ତାକାଲି ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ
ଆଗାମୀ ୨୪ ଘଂଟା ମଧ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ଆସନ୍ତାକାଲି ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ, ସୋନପୁର, କଳହାଣ୍ଡି, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଜଗତସିଂହପୁର, କଟକ ।

ସେହିପରି ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ, ସୋନପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ।

ସେହିପରି ୨୫ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ ।

ଅନୁରୂପ ଭାବେ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ବିଶେଷ କରି ୨୮ତାରିଖ ଭୋର୍ କିମ୍ବା ସକାଳ ସମୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଜଗତସିଂହପୁର, କୋରାପୁଟ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande