
କେନ୍ଦୁଝର, ୨୪ ଡିସେମ୍ବର (ହି.ସ.) - ଆସନ୍ତାକାଲି ତା. ୨୫.୧୨.୨୦୨୫ ରିଖ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ମହାସମାରୋହରେ ପାଳନ କରାଯିବ। ସକାଳ ୦୮ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ସହରରେ ଅବସ୍ଥିତ ବରପୁତ୍ର ମାନଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବ ପରେ ସକାଳ ୧୧ ଘଟିକାରେ ଦରବାର ହଲଠାରେ କବିତା ପାଠୋତ୍ସବ ଓ ସାଧାରଣ ସଭା ଅନୁଷ୍ଠିତ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA