ପୀଡିତାଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ର୍ରୀ
ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା
ମୁଖ୍ୟମନ୍ତ୍ରୀ


-

ଭୁବନେଶ୍ୱର, ୨୪ ଡିସେମ୍ବର (ହି.ସ)- ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande