
ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ଧନୁଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱର
ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ସୁପରିଚିତ 'ଧନୁଯାତ୍ରା'
କେବଳ ଏକ ମହୋତ୍ସବ ନୁହେଁ, ବରଂ ଏହା ଆମ
ଓଡ଼ିଶାର ସମୃଦ୍ଧ ସଂସ୍କୃତି, ପରମ୍ପରା ଏବଂ କଳାର
ଏକ ଅନନ୍ୟ ପ୍ରତିଫଳନ । 'ଧନୁଯାତ୍ରା'
ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା