
ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ବିଜେଡି ନେତା ଆନନ୍ଦ ଚନ୍ଦ୍ର ମହାନ୍ତିଙ୍କ ଦେହାନ୍ତରେ
ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି
ଯେ, ବିଜୁ ଜନତା ଦଳର ବରିଷ୍ଠ ନେତା ଆନନ୍ଦ ଚନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ
ଦୁଃଖିତ। ଲୋକଙ୍କ ସେବା ସହ ଦଳର ସଙ୍ଗଠନକୁ ମଜଭୁତ କରିବାରେ ତାଙ୍କର ବଳିଷ୍ଠ ଭୂମିକା ସର୍ବଦା
ସ୍ମରଣୀୟ ରହିବ। ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ
ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା