ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି ଫେବ୍ରୁଆରୀ ପହିଲାକୁ ଘୁଞ୍ଚିଲା
ପୂର୍ବରୁ ଜାନୁଆରୀରୁ ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା ଗାଡ଼ିର ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅବଧି ବୃଦ୍ଧି ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନ
ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି ଫେବ୍ରୁଆରୀ     ପହିଲାକୁ ଘୁଞ୍ଚିଲା


ପୂର୍ବରୁ ଜାନୁଆରୀରୁ ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା

ଗାଡ଼ିର ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ

ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅବଧି ବୃଦ୍ଧି

ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ମୋଟର ଯାନର

ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି

‘ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା’ ନିଷ୍ପତ୍ତି ଲାଗୁ ନିଷ୍ପତ୍ତିକୁ ଘୁଞ୍ଚାଯାଇଛି

। ପୂର୍ବରୁ ଜାନୁଆରୀରୁ ଏହା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଜନସାଧାରଣଙ୍କ ଦାବିକୁ

ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ

ନିର୍ଦ୍ଦେଶକ୍ରମେ ଏହାକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ

ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ

ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ

ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି ।

ଫେବ୍ରୁଆରୀ 1 ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ

ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ

ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି

ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande