
କନ୍ଧମାଳ, ୨୫ ଡିସେମ୍ବର (ହି.ସ.)- ଫୁଲବାଣୀ କରୋନେସନ ପଡିଆଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ତଥା ସୁଶାସନ ଦିବସ ପାଳନ କରାଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଓ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ ଯୋଗଦେଇଥିଲେ । ସୁଶାସନ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ ଏବଂ ବିଭିନ୍ନ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କର ମନୋରଂଜନ କରିଥିଲେ । ଜିଲ୍ଲାପାଳ ସ୍ବାଗତ ଓ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଫୁଲବାଣୀ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଗଦାଧର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ଉପଜିଲ୍ଲାପାଳ ଭିକାରୀ ସାହୁ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀଣ ବାଣୁଆ, ଅନ୍ତର୍ଜାତୀୟ ଚେସ୍ ଖେଳାଳି ସ୍ଵୟଂଶୁ ସତ୍ୟପ୍ରଜ୍ଞାନ, ଅଲିମ୍ପିୟାନ ତଥା ଅର୍ଜୁନ ପୁରସ୍କାରରେ ପୁରସ୍କୃତ କେ. ରବି କୁମାର, ଅନ୍ତର୍ଜାତୀୟ ୧୦୦ ଓ ୨୦୦ ମିଟର ଧାବିକା ଦୁତୀ ଚାନ୍ଦ, ଚେସ ଖେଳାଳି ସାଞ୍ଚି ସାହୁ, ଜିଲ୍ଲା କ୍ରିଡା ଅଧିକାରୀ ସମୀର ନାୟକ, ଫୁଲବାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟରଞ୍ଜନ ପାତ୍ର, ଫୁଲବାଣୀ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସମରେଶ ମହାନ୍ତି, ଭାଜପା ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି, ଛାତ୍ରଛାତ୍ରୀ, ଗାଇଡ ଶିକ୍ଷକ ଶିକ୍ଷୟିତ୍ରୀ, ଜନସାଧାରଣ ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ