ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ : ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁ
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, କୋରାପୁଟ, କଳାହାଣ୍ଡି, ନୟାଗଡ଼ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଘନ କୁହୁଡ଼ି ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଘନ କୁହୁଡ଼ି ନେଇ ୨୮ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ଖୋର୍ଦ୍ଧା, ପୁରୀ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ଅନୁରୂପ ଭାବେ ଘନ କୁହୁଡ଼ି ନେଇ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ଗଜପତି, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande