
ଭୁବନେଶ୍ୱର, 26 ଡିସେମ୍ବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ କହିଛନ୍ତି, ବରିଷ୍ଠ ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ସେବା ଓ ଉନ୍ନତିରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ