
ଭୁବନେଶ୍ୱର, 26 ଡିସେମ୍ବର (ହି.ସ.)- ସଞ୍ଚିତା
ମହାନ୍ତିଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତ୍ରୀ ତଥା କୋରେଇର
ପୂର୍ବତନ ବିଧାୟିକା ଶ୍ରୀମତୀ ସଞ୍ଚିତା ମହାନ୍ତିଙ୍କ ପରଲୋକ ଖବର ପାଇ ମୁଁ ଗଭୀର ଦୁଃଖିତ ଓ
ମର୍ମାହତ । ତାଙ୍କ ଶୁଭେଚ୍ଛୁ ଓ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା