ଚିମିନିଭାଟିପଡ଼ା ଶାସ୍ତ୍ରୀ କ୍ଲବ ଠାରେ ବରିଷ୍ଠ ନାଗରିକଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର
ବଲାଙ୍ଗିର, ୨୭ ଡିସେମ୍ବର (ହି.ସ.)- ଆଜି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ଚିମିନିଭାଟିପଡ଼ା ଶାସ୍ତ୍ରୀ କ୍ଲବ ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗ
ଚିମିନିଭାଟିପଡ଼ା ଶାସ୍ତ୍ରୀ କ୍ଲବ ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର ।

ବଲାଙ୍ଗିର, ୨୭ ଡିସେମ୍ବର (ହି.ସ.)-

ଆଜି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ଚିମିନିଭାଟିପଡ଼ା ଶାସ୍ତ୍ରୀ କ୍ଲବ ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ଚୁଙ୍କି ମୁଖୀ ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ଯୋଗ ଦେଇଥିଲେ।

ଏହି ସ୍ବାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ. ରାମାନୁଜ ପଣ୍ଡା ଓ ୟୁ.ଡି.ଏମ. ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିରରେ ୯୦ ରୁ ଉର୍ଦ୍ଧ୍ଵ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande