ରାଜ୍ୟର ୩ ସ୍ଥାନରେ ଘନ କୁହୁଡ଼ି, ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଶନିବାର ସକାଳେ ରାଜ୍ୟର ୩ଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଗୋଟିଏ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ଢ଼େଙ୍କାନାଳ, ଫୁଲବାଣୀ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳ
ରାଜ୍ୟର ୩ ସ୍ଥାନରେ ଘନ କୁହୁଡ଼ି, ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଶନିବାର ସକାଳେ ରାଜ୍ୟର ୩ଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଗୋଟିଏ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ଢ଼େଙ୍କାନାଳ, ଫୁଲବାଣୀ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଛି ।

ସେହିପରି କୋରାପୁଟରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ରୁ ୫୦୦ ମିଟର ମଧ୍ୟରେ ରହିଛି ।

ଅନୁରୂପ ଭାବେ ଭୁବନେଶ୍ୱରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande