ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର
ଭୁବନେଶ୍ୱର, 27 ଡିସେମ୍ବର (ହି.ସ.)- ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର     ଜ୍ଞାନେଶ କୁମାର


ଭୁବନେଶ୍ୱର, 27 ଡିସେମ୍ବର (ହି.ସ.)- ଶ୍ରୀମନ୍ଦିରରେ

ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ

ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ

କରିଥିବା ବେଳେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ

ଥିଲେ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ।

ଏହା ପୂର୍ବରୁ ଆଜି ସକାଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ

ଜ୍ଞାନେଶ କୁମାର ତିନିଦିନିଆ ଓଡ଼ିଶା

ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ

ପହଂଚିଥିଲେ। ଡିସେମ୍ବର ୨୮ ତାରିଖ (ରବିବାର)ରେ

ସେ ରଘୁରାଜପୁର, ଧଉଳି ଶାନ୍ତି

ସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ

ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟ ନିର୍ବାଚନ କମିଶନର ଡିସେମ୍ବର ୨୯ ତାରିଖ (ସୋମବାର) ଅପରାହ୍ନ

୩.୦୦ ଘଟିକାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍ ସ୍ତରୀୟ

ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ

କରିବେ ଏବଂ ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande