ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ସ୍ମରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 28 ଡିସେମ୍ବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ କି ବାତ କାର୍ଯ୍ୟକ୍ରମରେ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ସ୍ମରଣ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଶ୍ରୀ ପ୍ରଧାନ ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରଧାନମନ
ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ସ୍ମରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 28 ଡିସେମ୍ବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ କି ବାତ କାର୍ଯ୍ୟକ୍ରମରେ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ସ୍ମରଣ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଶ୍ରୀ ପ୍ରଧାନ ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି 'ମନ୍ କୀ ବାତ୍' କାର୍ଯ୍ୟକ୍ରମରେ ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ସ୍ମରଣ କରି ତାଙ୍କର ତ୍ୟାଗ ଓ ସେବାକୁ ସ୍ୱୀକୃତି ଦେଇଥିବାରୁ ଧନ୍ୟବାଦ । ମାତ୍ର ୧୬ ବର୍ଷ ବୟସରେ 'ଭାରତ ଛାଡ଼' ଆନ୍ଦୋଳନରେ ଝାସ ଦେଇଥିବା ଏହି ମହୀୟସୀ ମହିଳାଙ୍କ ଜୀବନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତ । ଆସନ୍ତା ୨୦୨୬ ଜାନୁଆରୀରେ ତାଙ୍କର ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ଏହି ସମ୍ମାନ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande