ରାଜ୍ୟର ୨ ସ୍ଥାନରେ ଘନ କୁହୁଡ଼ି, ୨ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୮ ଡିସେମ୍ବର (ହି.ସ.)- ରବିବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ଫୁଲବାଣୀ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମ
ରାଜ୍ୟର ୨ ସ୍ଥାନରେ ଘନ କୁହୁଡ଼ି, ୨ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୮ ଡିସେମ୍ବର (ହି.ସ.)- ରବିବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ଫୁଲବାଣୀ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣା, କୋରାପୁଟରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande