କୁଶାଭାଉ ଠାକରେଙ୍କ ପୁଣ୍ୟତିଥିରେ  ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- କୁଶାଭାଉ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଅଗଣି
କୁଶଭାଓଙ୍କୁ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- କୁଶାଭାଉ ଠାକରେଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଭାରତୀୟ ଜନତା ପାର୍ଟିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଅଗଣିତ କାର୍ଯ୍ୟକର୍ତ୍ତାଙ୍କ ପ୍ରେରଣାର ଉତ୍ସ ତଥା

ସମର୍ପିତ ସ୍ୱୟଂସେବକ କୁଶାଭାଉ ଠାକରେଙ୍କ ପୁଣ୍ୟତିଥିରେ

ବିନମ୍ର ଶ୍ରଦ୍ଧାଞ୍ଜଳି।

​ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ନିଷ୍ଠାପର ସଂଗଠକ ଭାବେ

ରାଷ୍ଟ୍ର ନିର୍ମାଣ ଓ ସାମାଜିକ ସମରସତା ପାଇଁ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ।

ତାଙ୍କର ଆଦର୍ଶ ଓ ମୂଲ୍ୟବୋଧ ଆମ ସମସ୍ତଙ୍କ ପାଇଁ ପଥପ୍ରଦର୍ଶକ ହୋଇ ରହିଥିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande