ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ
ବଲାଙ୍ଗୀର, ୨୯ ଡିସେମ୍ବର(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ତୁରେକେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେ
ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ।


ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ।


ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ।


ବଲାଙ୍ଗୀର, ୨୯ ଡିସେମ୍ବର(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ତୁରେକେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମରିତ କୁମାର ପଣ୍ଡାଙ୍କୁ ସମୁଦାୟ ୫୧ଟି ଅଭିଯୋଗ ଦାଖଲ ହୋଇଥିଲା। ତନ୍ମଧ୍ୟରୁ ୪୪ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୭ ଗୋଟି ସାମୁହିକ ଅଭିଯୋଗ ଥିଲା। ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ, ପଦ୍ମନାଭ ସାମନ୍ତରାୟ ତଥା ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande