ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବିଭିନ୍ନ ପ୍ରକାରର ୪୯ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, ୨୯ ଡିସେମ୍ବର(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଂଚାୟତ ସମିତି ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମ କାର୍ଯ୍ୟାଳୟର ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସ
ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ଲୁତୁରପଙ୍କ  ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ  :

ସୁବର୍ଣ୍ଣପୁର, ୨୯ ଡିସେମ୍ବର(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଂଚାୟତ ସମିତି ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମ କାର୍ଯ୍ୟାଳୟର ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୪୯ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଓ ୦୨ ଗୋଟି ଚିକିତ୍ସା ପାଇଁ ଆର୍ôଥକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ଶ୍ରୀ ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ଶ୍ରୀ ରାଜେନ୍ଦ୍ର ମାଝୀ, ଉପ - ଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ସୁରେନ୍ଦ୍ର କୁମାର ମେହେରଙ୍କ ସମେତ ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ଶୁଚିଶ୍ମିତା ପାଣିଗ୍ରାହୀ, ସରପଂଚ, ଲୁତୁରପଙ୍କ ଗ୍ରାମ ପଂଚାୟତ ଶ୍ରୀ ସୂର୍ଯ୍ୟ କୁମାର ନନ୍ଦ ତଥା ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande