
ସୁନ୍ଦରଗଡ଼, ୨୯ ଡିସେମ୍ବର (ହି.ସ.) - ଜିଲ୍ଲା ପ୍ରଶାସନ ପକ୍ଷରୁ କୁତ୍ରା ବ୍ଲକ ପରିସରରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଯୋଗ ଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୪୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୧୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୫ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ôଥକ ସହାୟତା ନିମନ୍ତେ ୪ ଗୋଟି ଆବେଦନ ରହିଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।
ହିନ୍ଦୁସ୍ଥାନ ସମାଚାର / କାଳୀପ୍ରସାଦ