ଆଗାମୀ ୫ ଦିନ ମଧ୍ୟରେ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା : ଆଗାମୀ ୨ ଦିନ ମଧ୍ୟରେ ୧୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୨୯ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୩୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକ
ଆଗାମୀ ୫ ଦିନ ମଧ୍ୟରେ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା 


ଭୁବନେଶ୍ୱର, ୨୯ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୩୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ ।

୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ।

ସେହିପରି ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ ।

୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande