
ଭୁବନେଶ୍ୱର, ୨୯ ଡିସେମ୍ବର (ହି.ସ.)- ସୋମବାର ସକାଳେ ରାଜ୍ୟର ତିନୋଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଗୋଟିଏ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ଫୁଲବାଣୀ, କୋରାପୁଟ ଓ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ରୁ ୫୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ବାରିପଦାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ