
ଭୁବନେଶ୍ୱର, ୩୦ ଡିସେମ୍ବର (ହି.ସ)- ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ଆକ୍ରମଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ଜଣେ ନିରୀହ ଓଡ଼ିଆ ପୁଅ ଉପରେ ବର୍ବରୋଚିତ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଉଲ୍ଲେଖ କରାଯାଇଛି ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତୁରନ୍ତ ସଂଜ୍ଞାନ ନେବା ସହ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଜଣେ ନିରୀହ ଓଡ଼ିଆ ପୁଅ ଉପରେ ଏଭଳି ବର୍ବରୋଚିତ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ।
ଓଡ଼ିଶା ସରକାର ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି ଏବଂ ତାମିଲନାଡୁ ପ୍ରଶାସନ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ପୀଡ଼ିତଙ୍କୁ ସମସ୍ତ ପ୍ରକାର ଉତମ ଚିକିତ୍ସା ଓ ସହାୟତା ଯୋଗାଇ ଦେବା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ପ୍ରଶାସନିକ ସ୍ତରରେ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆଙ୍କ ସୁରକ୍ଷା ଓ ସ୍ୱାଭିମାନ ଆମ ପାଇଁ ସର୍ବୋପରି। ରାଜ୍ୟ ବାହାରେ କର୍ମରତ ପ୍ରତ୍ୟେକ ଓଡ଼ିଆ ଭାଇଭଉଣୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଆମ ସରକାର ସଂକଳ୍ପବଦ୍ଧ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା