ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୪ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୬ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ଏସ
ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୬ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande