
ଭୁବନେଶ୍ୱର, ୫ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଶୀତ ଲହରି ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜାରି ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ