
ଭୁବନେଶ୍ୱର, ୫ ଡିସେମ୍ବର (ହି.ସ.)- ଶୁକ୍ରବାର ସକାଳେ ରାଉରକେଲା, କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ସୋନପୁର, ଭବାନୀପାଟଣା ଓ ଗୋପାଳପୁରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଶୁକ୍ରବାର ସକାଳେ ରାଉରକେଲା, କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଥିଲା ।
ଅନୁରୂପ ଭାବେ ସୋନପୁର, ଭବାନୀପାଟଣା ଓ ଗୋପାଳପୁରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ