କେନ୍ଦ୍ରାପଡ଼ାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ
କେନ୍ଦ୍ରାପଡ଼ା, ୦୫. ଡିସେମ୍ବର (ହିସ) ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ପ୍ରାୟୋଜିତରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ତରଫରୁ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ -୨୦୨୫ ଆୟୋଜିତ ହୋଇଯାଇଛି । ଉଦଘାଟନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପ
କେନ୍ଦ୍ରାପଡ଼ାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ


କେନ୍ଦ୍ରାପଡ଼ା, ୦୫. ଡିସେମ୍ବର (ହିସ) ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ପ୍ରାୟୋଜିତରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ତରଫରୁ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ -୨୦୨୫ ଆୟୋଜିତ ହୋଇଯାଇଛି । ଉଦଘାଟନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ରଘୁରାମ ଆର ଆୟର ଯୋଗ ଦେଇଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା,କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ସାନ୍ତୁନୁ କୁମାର ଜେନା,ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ ପ୍ରମୁଖ ଉପସ୍ଥିତ ଥିଲେ । ଯୁବ ଶକ୍ତି ଦେଶ ଗଠନରେ ଅଗ୍ରଣୀ ଭୂମିକା ନେବା ସହ ବିକଶିତ ଓଡିଶା ଏବଂ ବିକଶିତ ଭାରତ ଗଠନରେ ଆଗେଇ ଆସିବାକୁ ଅତିଥି ମାନେ ଯୁବ ଶକ୍ତିକୁ ଆହ୍ୱାନ କରିଛନ୍ତି । ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଉଦଯାପନୀ ଉତ୍ସବରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଲିଲିତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କେନ୍ଦ୍ରାପଡ଼ା ମୁନିସିପାଲିଟି ଅଧ୍ୟକ୍ଷା ସରିତା ସାହୁ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ) ନବକ୍ରିଷ୍ଣ ଜେନା,କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ସାନ୍ତୁନୁ କୁମାର ଜେନା,ଜିଲ୍ଲା ସାହିତ୍ୟ ସଂସଦ ସଭାପତି କବି କରୁଣାକର ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଯୁବ ମହୋତ୍ସବ ଯୁବକ ମାନଙ୍କ ସୁପ୍ତ ପ୍ରତିଭାକୁ ଜାଗ୍ରତ କରିବା ଏକ ଉପଯୁକ୍ତ କ୍ଷେତ୍ର ଏବଂ ରାଷ୍ଟ୍ର ନିର୍ମାଣରେ ଯୁବ ଶକ୍ତିହିଁ ପ୍ରମୁଖ ଭୂମିକା ନେଇ ପାରିବ ବୋଲି ଅତିଥି ମାନେ ମତ ଦେଇଥିଲେ ।

ମାର୍ଶାଘାଇ ମହାବିଦ୍ୟାଳୟର ଅଧ୍ୟାପକ ସୁକାନ୍ତ କୁମାର ପ୍ରଧାନ ସଭା ସଂଯୋଜନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ବିଭାଗ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଛି ।

----------

---------------

ହିନ୍ଦୁସ୍ଥାନ ସମାଚାର / ଗଗନ


 rajesh pande