
ଭୁବନେଶ୍ୱର, ୬ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୮ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ସେହିପରି ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ