
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଭାରତ ରତ୍ନ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ସ୍ମରଣ
କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା
କହିଛନ୍ତି ଯେ, ଭାରତ ରତ୍ନ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ପୁଣ୍ୟତିଥିରେ ବିନମ୍ର
ଶ୍ରଦ୍ଧାଞ୍ଜଳି ଜଣାଉଛି । ତାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ନ୍ୟାୟ ପ୍ରତି
ପ୍ରତିବଦ୍ଧତା ଚିରକାଳ ପ୍ରେରଣାଦାୟୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା