ବାଇକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
ଜୟପୁର, ୭ ଡିସେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ଭୁତନାଥ ମନ୍ଦିର ନିକଟରେ ବାଇକ ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ବୈପାରିଗୁଡା ଥାନା ଅଧୀନ କାମାଗୁଡା ଗ୍ରାମର ବାଲି କିଚୟା । ଗୁରୁତର ସୁଦର୍ଶନ ଗୁଣ
ବାଇକ ଦୁର୍ଘଟଣା ରେ ଜଣେ ମୃତ, ଜଣେ ଗୁରୁତର


ଜୟପୁର, ୭ ଡିସେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ଭୁତନାଥ ମନ୍ଦିର ନିକଟରେ ବାଇକ ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ବୈପାରିଗୁଡା ଥାନା ଅଧୀନ କାମାଗୁଡା ଗ୍ରାମର ବାଲି କିଚୟା । ଗୁରୁତର ସୁଦର୍ଶନ ଗୁଣ୍ଠାଙ୍କୁ ଜୟପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କୋରାପୁଟ ସ୍ଥିତ ଶହିଦ ଲକ୍ଷ୍‌ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିବା ବିଷୟ ଜୟପୁର ସଦର ଥାନା ଅଧିକାରି ସଚିନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଦୁର୍ଘଟଣାର କାରଣ କିଛି ଜଣାପଡିନଥିବା ପୋଲିସ ତରଫରୁ ସୂଚନା ଦିଆଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande