
ଭୁବନେଶ୍ୱର, ୭ ଡିସେମ୍ବର (ହି.ସ.)- ରବିବାର ସକାଳେ ରାଉରକେଲା, କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ରାଉରକେଲା, କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଥିଲା ।
ଅନୁରୂପ ଭାବେ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଥିଲା ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ