
ଭୁବନେଶ୍ୱର, ୭ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୯ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି କଳାହାଣ୍ଡି, ଅନୁଗୁଳ, ସୋନପୁର ଏବଂ ବଲାଙ୍ଗିର । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ