ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୭ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟ
ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୭ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ଅନୁଗୁଳ, ଝାରସୁଗୁଡ଼ା, ଖୋର୍ଦ୍ଧା, ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande