ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, ୦୮ ଡିସେମ୍ବର (ହି.ସ)- ରେଢାଖୋଲର ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ରେଢାଖୋଲ ଅଂଚଳର ଯୁବ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ଏକ ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅକାଳ ବି
ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, ୦୮ ଡିସେମ୍ବର (ହି.ସ)- ରେଢାଖୋଲର ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ରେଢାଖୋଲ ଅଂଚଳର ଯୁବ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ଏକ ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଦକ୍ଷ, ସାହସୀ ଏବଂ ନିଷ୍ଠାପର ସାମ୍ବାଦିକ ଥିଲେ। ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମା’ ସମଲେଇ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଓଁ ଶାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande