ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ :  ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୮ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ସ
ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ :  ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୮ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଶୀତ ଲହରି ନେଇ ଆଗାମୀ ୨ ଦିନ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପରବର୍ତୀ ୨ ଦିନ ପାଇଁ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୨ ଦିନ ପାଇଁ ଶୀତ ଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ । ପରବର୍ତୀ ୨ ଦିନ ପାଇଁ ଶୀତ ଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲା ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସୋନପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, କୋରାପୁଟ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande