ଫୁଲବାଣୀରେ ଘନ କୁହୁଡ଼ି, ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୮ ଡିସେମ୍ବର (ହି.ସ.)- ସୋମବାର ସକାଳେ ଫୁଲବାଣୀରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଭବାନୀପାଟଣା ଓ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦
ଫୁଲବାଣୀରେ ଘନ କୁହୁଡ଼ି, ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୮ ଡିସେମ୍ବର (ହି.ସ.)- ସୋମବାର ସକାଳେ ଫୁଲବାଣୀରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଭବାନୀପାଟଣା ଓ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣା ଓ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande