
ରାଉରକେଲା, ୮ ଡିସେମ୍ବର (ହି.ସ.)- ବିଶ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡଃ. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଯୋଗଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୬୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୩୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହିସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୮ ଗୋଟି ଅଭିଯୋଗ ଗୁଡ଼ିକର ତତ୍କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୮ ଗୋଟି ଆବେଦନ ରହିଥିଲା।
ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ପାନପୋଷ ଉପ ଜିଲ୍ଲାପାଳ ବିଜୟ କୁମାର ନାୟକ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।
ହିନ୍ଦୁସ୍ଥାନ ସମାଚାର / କାଳୀପ୍ରସାଦ