
ଭୁବନେଶ୍ୱର, ୦୯ ଡିସେମ୍ବର (ହି.ସ)- ବିଧାନସଭାର ଶୀତକାଳୀନ ଅଧିବେଶନ ଶେଷ ହୋଇଛି । ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା ବିଧାନସଭା । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି । ଆଉ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରସ୍ତାବ ଆଣିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା