ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୯ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ସୁନ୍ଦରଗଡ଼, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ)କୁ ୟେଲୋ ୱାର୍
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୯ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ସୁନ୍ଦରଗଡ଼, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ଅନ୍ୟପକ୍ଷରେ ଶୀତ ଲହରି ନେଇ ଆଗାମୀ ୩ ଦିନ ପାଇଁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ଶୀତ ଲହରି ନେଇ ୭ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା ଶୀତ ଲହରି ନେଇ ୭ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande