ବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, ୦୯ ଡିସେମ୍ବର (ହି.ସ)- ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଥିଲେ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ଓ ସମ୍ପାଦକ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଭାରତର ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲ
ୋ୍ିୋୀବପୁବପୀୂବହରୂ


ଭୁବନେଶ୍ୱର, ୦୯ ଡିସେମ୍ବର (ହି.ସ)- ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଥିଲେ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ଓ ସମ୍ପାଦକ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଭାରତର ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ୧୯୩୦ର ଲବଣ ସତ୍ୟାଗ୍ରହ କାନ୍ତକବିଙ୍କ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥିଲା। ସେହି ସମୟରେ ସାଧାରଣ ଜନତାଙ୍କୁ ଏହି ସବୁ ଆନ୍ଦୋଳନରେ ଯୋଗଦାନ ପାଇଁ ପ୍ରବର୍ତାଇବା ଉଦ୍ଦେଶ୍ୟରେ ଏବଂ ସେମାନଙ୍କୁ ଜାତୀୟତା ପ୍ରତି ଆକର୍ଷିତ କରିବା ପାଇଁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର କଲମର ସାହାଯ୍ୟ ନେଇଥିଲେ । ଗଳ୍ପ, ଉପନ୍ୟାସ, ନାଟକ ଓ କବିତାମାନ ରଚନା କରି ଲୋକମାନଙ୍କ ମଧ୍ୟରେ ଦେଶପ୍ରେମ ବଢ଼ାଇବାରେ ସେ ଲାଗି ପଡ଼ିଲେ ।

କାନ୍ତକବିଙ୍କ ରଚିତ ଦେଶାତ୍ମବୋଧକ କବିତାମାନ ଲୋକମାନଙ୍କୁ ଏକଜୁଟ କରିବାରେ ସାହାଯ୍ୟ କଲା। ସାଧାରଣ ଜନତାଙ୍କୁ ଇଂରେଜମାନଙ୍କ ବିରୋଧରେ ଲଢ଼ିବାକୁ ଏବଂ ସ୍ୱାଧୀନତା ପ୍ରାପ୍ତ କରିବାକୁ ସେ କବିତାକୁ ନିଜର ଅସ୍ତ୍ର ଭାବରେ ବ୍ୟବହାର କରିଥିଲେ। ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚନାରେ ଦେଶ ଓ ଜାତିପ୍ରେମର ଝଲକ ଦେଖିବାକୁ ମିଳିଥାଏ । କବିତା ସାଙ୍ଗକୁ ସେ ଅନେକ ଉପନ୍ୟାସ, ବ୍ୟଙ୍ଗ ସାହିତ୍ୟ, ଗଳ୍ପ ରଚନା କରିଯାଇଛନ୍ତି । ସେ ମାସିକ ସାହିତ୍ୟ ପତ୍ରିକା ‘ଡଗର’ର ମଧ୍ୟ ପ୍ରତିଷ୍ଠାତା ସମ୍ପାଦକ ଥିଲେ । ଓଡ଼ିଆ ଭାଷା, ସାହିତ୍ୟର ଉତ୍କର୍ଷ ସହ ଓଡ଼ିଆଙ୍କ ହୃଦୟରେ ଜାତିପ୍ରୀତି ଜାଗ୍ରତ କରିବାରେ କାନ୍ତକବି ଯେଉଁ ଅବଦାନ ରଖିଯାଇଛନ୍ତି ସେଥି ପାଇଁ ସେ ପ୍ରତି ଓଡ଼ିଆଙ୍କ ହୃଦୟରେ ଚିରଅମର ରହିବେ ।

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଭବାନୀଶଙ୍କର ଭୋଇ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ବାବୁ ସିଂ, ଫକୀର ନାୟକ ଓ ରଘୁନାଥ ମାଛ ଏବଂ ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ବିଧାନସଭା ପାଶ୍ୱବର୍ତୀ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande