ବିରାଗୁଡ଼ାରେ ଗଛକୁ ପିଟିଲା ବାଇକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
Updated accident news from phulbani
ବିରାଗୁଡ଼ାରେ ଗଛକୁ ପିଟିଲା ବାଇକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର


କନ୍ଧମାଳ , ୯ ଡିସେମ୍ବର (ହି.ସ.) - ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବିରାଗୁଡ଼ା ଗ୍ରାମ ନିକଟରେ । ସୂଚନା ପ୍ରକାରେ ଅପରାହ୍ନ ସମୟରେ ତିନିଜଣ ଯୁବକ ଏକ କେଟିଏମ୍ ବାଇକ୍ ରେ ବାରଖମା ଅଞ୍ଚଳରୁ ବାଲିଗୁଡ଼ା ଅଭିମୁଖେ ଦୃତ ଗତିରେ ଆସୁଥିବା ବେଳେ ବିରାଗୁଡ଼ା ନିକଟସ୍ଥ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ । ଫଳରେ ଘଟଣାସ୍ଥଳରେ ବାଟlଗୁଡ଼l ଗ୍ରାମର ଜୀବନ ନାୟକ, ଆଜାଦ ମଲିକ, ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିବା ସହ ଗୁରୁତର ବାଇକ୍ ଆରୋହୀଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande