ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜ
ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ

ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ସାଂସଦ

ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜନପ୍ରତିନିଧି ଭାବରେ

ତାଙ୍କର ଜନକଲ୍ୟାଣକାରୀ କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି

କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande