ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)
- ସୁନା କିଣୁଥିଲେ ସାବଧାନ । ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ
ଧରାପଡିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ୪
ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି । ସେହିପରି ୮ ଜଣ ବଡ଼ ବ୍ୟବସାୟୀ ନକଲି
ହଲମାର୍କରେ ସୁନା ବିକ୍ରି କରୁଥିବା ଅଭିଯୋଗରେ ଧରାପଡିବା ପରେ ୭ ଜଣଙ୍କ ଲାଇସେନ୍ସ ବାତିଲ ଓ
ଜଣଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ କରାଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା