ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ
ଭୁବନେଶ୍ୱର, 20 ଫେବ୍ରୁଆରି (ହି.ସ.) - ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ ମିଳିଛି । ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତ
ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ


ଭୁବନେଶ୍ୱର, 20 ଫେବ୍ରୁଆରି (ହି.ସ.)

- ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ ମିଳିଛି । ଦେବଗଡ଼

ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର

ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଦେବଗଡ

ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ

ଅନୁସନ୍ଧାନ କାର୍ଯ୍ୟ ସରିଛି କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର

ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ

ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ

କାର୍ଯ୍ୟ ଚାଲୁରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୁଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ

ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ

ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande